ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: କିଛଦିନର ବିରତି ପରେ ପୁଣି ବର୍ଷିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଗଞ୍ଜାମ, ପୁରୀ, ଖୋର୍ଧା, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କଟକ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Share

Leave a Reply

Your email address will not be published. Required fields are marked *

7 + 8 =