ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ଉପର ତଳକୁ ହେଉଛି ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୮ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୧୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୪୩ ଜଣ, କଟକରୁ ୬୯ ଜଣ,ମୟୂରଭଞ୍ଜରୁ ୩୧ ଜଣ, ଜଗତସିଂହପୁରରୁ ୨୪ ଜଣ, ପୁରୀରୁ ୧୭ ଜଣ, ଯାଜପୁରରୁ ୧୬ ଜଣ, ସମ୍ବଲପୁରରୁ ୧୪ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮ ଜଣ,ଭଦ୍ରକରୁ ୬ ଜଣ, ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ, ଦେବଗଡ଼ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ,ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

six − 4 =