ରାଜ୍ୟରୁ ଆଉ ୫୮୨ ନୂଆ ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷରୁ କମ୍‌ ବୟସର ୮୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୫୮୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୫ ଜଣ ରହିଛନ୍ତି ।। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪କୁ ବୃଦ୍ଧି ପାଇଥିବା ବେଳେ ୧୦ ଲକ୍ଷ ୧୬ ହଜାର ୫୯୪ ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫ ହଜାର ୧୧୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି।

Share

Leave a Reply

Your email address will not be published. Required fields are marked *

five + twenty =