ଆଜି ୫୩ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ହସ୍ତଗତ ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲାରେ ୫ ଓ ଜଗତସିଂହପୁର ଜିଲାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହି ସମୟ ମଧ୍ୟରେ ଯାଜପୁର ଜିଲାରେ ୪, କେନ୍ଦୁଝର ଜିଲାରେ ୬ ଓ ପୁରୀ ଜିଲାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟର କେନ୍ଦ୍ରାପଡା ଜିଲାରେ ୨ ଜଣ କରୋନା ସଂକ୍ରମିତଙ୍କର ଜୀବ ନ ଯାଇଥିବାବେଳେ ଝାରସୁଗୁଡା, ଅନୁଗୁଳ, ବଲାଙ୍ଗିର, ମୟୁରଭଞ୍ଜ, ନବରଙ୍ଗପୁର ଓ ନୟାଗଡ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

four × 5 =