5T ସଚିବ ଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ

ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ  ପ୍ରକିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ 2018 ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ 2022 ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା ।
ପ୍ରକାଶ ଥାଉ କି ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନ୍ ଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁର ର ଏହି ବ୍ରିଜ ନିର୍ମାଣ ସ୍ଥାନ ମଧ୍ଯ ପରିଦର୍ଶନ କରିଥିଲେ ଓ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ । 5T ସଚିବ ଙ୍କ ଏହି ଗସ୍ତ ସମୟରେ ଜନସାଧାରଣ ମାନେ ତାଙ୍କୁ ଭେଟି ଥିଲେ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ 5T ସଚିବ ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ ।

Share

Leave a Reply

Your email address will not be published. Required fields are marked *

six + 3 =