ଏସସିବି ହେବ ବିଶ୍ୱସ୍ତରୀୟ, ମାର୍ଚ୍ଚରୁ ଆରମ୍ଭ ହେବ କାମ

କଟକ() କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରନ୍ନିତ ହୋଇଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା ପରେ ଜମି ଅଧିଗ୍ରହଣ ପ୍ରକି୍ରୟା ଆରମ୍ଭ ହେବ । ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି 

ତେବେ ୫ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳୁ ଏସସିବି ଗସ୍ତକରିବା ପରେ ବିଶ୍ୱସ୍ତରୀୟ କାର୍ଯ୍ୟ ତ୍ୱରାନ୍ନିତ ହୋଇଛି । ଆଜି ସନ୍ଧ୍ୟାସୁଧା ଜିଲ୍ଲାପାଳ ଓ ଆରଡିସି ଜମି ଅଧିଗ୍ରହଣ ନେଇ ପ୍ରସ୍ତାବ ଦେବେ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ କଟକ ଗସ୍ତ କରିବା ସହିତ ଏହାର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।


ସୂଚନା ଅନୁଯାୟୀ ବିଶ୍ୱସ୍ତରୀୟ ଚିକିସôାଳୟ ପାଇଁ ଆବଶ୍ୟକ ପଡୁଥିବା ଜମି ଲାଗି ଡାକ୍ତରଖାନା ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କ କ୍ୱର୍ଟର ଉଚ୍ଛେଦ ହେବ । ଏହି ପ୍ରକ୍ରିୟାରେ ୧୩ଜଣ ଡାକ୍ତରଙ୍କ ସରକାରୀ ଘର ହଟାଇବାକୁ ପଡିବ । ତେବେ ଉଚ୍ଛେଦ ହେଉଥିବା କର୍ମଚାରୀମାନଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବ୍ୟବସ୍ଥା କରୁବାବେଳେ ଅନ୍ୟ କ୍ଷତିଗ୍ରସ୍ତମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରାଯିବ । ଏହି ଅଧିଗ୍ରହଣରୁ ୨୫ଏକର ଜମି ସରକାରଙ୍କ ହାତକୁ ଆସିବ । ଫେବୃୟାରୀ ୨୮ ତାରିଖ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ଲକ୍ଷ୍ୟ ରହିଛି ।

Share

Leave a Reply

Your email address will not be published. Required fields are marked *

four − 2 =