ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ତେବେ ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୦୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

12 − two =