ଜାଣନ୍ତୁ ରାଜ୍ୟରେ ଆଜି କଣ ରହିଛି କରୋନା ଅପଡେଟ୍

ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୨ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୮୦ ଜଣ ଚିହ୍ନଟ ହୋଇଥିବାବେଳେ ୨୭୨ ଜଣ ସ୍ଥାନୀୟ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି ।

ଚିହ୍ନଟ ହୋଇଥିବା ୬୫୨ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୭୦ ଜଣ,  ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତି ଓ ଗଞ୍ଜାମରୁ ୬ ଜଣ ଲେଖାଏଁ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨୬ ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨୯ ଜଣ, ନୟାଗଡ଼ରୁ ୬ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୯ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

nine + 17 =