ଆଜି ରାଜ୍ୟରେ ୬୮୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୦୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୨୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୨୬ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

sixteen + eight =