ଆଜି ରାଜ୍ୟରେ ୬୯ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୮୩୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦ୍ରାପଡ଼ା ,ବାଲେଶ୍ୱର, ଜିଲ୍ଲାରୁ ୪ଜଣ ଲେଖାଏଁ ,ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ଜିଲ୍ଲାରୁ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 3 =