୭ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସ୍ଥିତିରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ପ୍ରବାହ ଏବେ ବି ଜାରି ରହିଛି। ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ, ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଧିକ ହୋଇଛି। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଏହା ଅଧିକ ଚିହ୍ନିତ ଏବଂ ଘନୀଭୂତ ହୋଇ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି।

Share

Leave a Reply

Your email address will not be published. Required fields are marked *

18 − fifteen =