ରାଜ୍ୟରେ ୭୬୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୧୭ ଜଣ, ଦେବଗଡ଼ରୁ ୧୨ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୩୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୨୮୯ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲରୁ ୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୧, ୬୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୫, ୩୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୯୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share

Leave a Reply

Your email address will not be published. Required fields are marked *

1 × four =