ରାଜ୍ୟରେ ଆଜି ୮ କରୋନା ଆକ୍ରାନ୍ତଙ୍କ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ୍ ଉପର ତଳ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଜିଲ୍ଲାରୁ ୨ ଜଣ, ବଲେଶ୍ବର ,ଢ଼େଙ୍କନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୫ ହଜାର ୭୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୦୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦ ଲକ୍ଷ ୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୯୩୯୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Share

Leave a Reply

Your email address will not be published. Required fields are marked *

eighteen + 4 =