ନଜର ପକାନ୍ତୁ ରାଜ୍ୟର କରେନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୮୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୭୩୭୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନୁଗୁଳ ଜିଲାରୁ ୧୯, ବାଲେଶ୍ୱର ୪୮, ବରଗଡ ୧୫, ଭଦ୍ରକ ୯, ବଉଦ ୧ ଏବଂ କଟକ ଜିଲାରୁ ୧୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ଦେବଗଡରୁ ୯, ଢେଙ୍କାନାଳ ୧୪, ଗଜପତି ୧, ଗଞ୍ଜାମ ୬, ଜଗତସିଂହପୁର ୪୨ ଏବଂ ଯାଜପୁରରୁ ୪୨ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଝାରସୁଗୁଡାରୁ ୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୪, କେନ୍ଦୁଝର ୮ ଏବଂ ଖୋର୍ଦ୍ଧା ଜିଲାରୁ ୩୧୩ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରୁ ୫, ମାଲକାନଗିରି ୨, ମୟୁରଭଞ୍ଜ ୨୬, ନୟାଗଡ ୧୯, ନୂଆପଡା ୧, ପୁରୀ ୨୨, ରାୟଗଡା ୨, ସମ୍ବଲପୁର ୨୦, ସୋନପୁର ୧, ସୁନ୍ଦରଗଡ ୧୫ ଓ ଷ୍ଟେଟପୁଲରୁ ୬୫ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

five × 4 =