ରାଜ୍ୟରେ ୮୭୯ ପହଁଚିଲା ଦୈନିକ ସଂକ୍ରାମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୫୫୨୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରାମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୫୩ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ,ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୧ଜଣ, ପୁରୀ ଜିଲ୍ଲାରୁ ୪୫ଜଣ ଚିହ୍ନଟ ହୋଇଛନ୍ତି |

ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାର ୪୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୨ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

14 + 19 =