ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ପୂର୍ବ ବର୍ଷାରେ ବେହାଲ ହୋଇଥିବା ଓଡ଼ିଶା ଅଣ୍ଟା ସଳଖୁଥିବା ବେଳେ ପୁଣି ଫେରୁଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ସୋମବାର ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ଆଜି ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଅପରପକ୍ଷେ ଆସନ୍ତା ୨୫ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟରେ ଆସନ୍ତା ୨୬ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି କେନ୍ଦ୍ର କହିଛି।

Share

Leave a Reply

Your email address will not be published. Required fields are marked *

5 × 3 =