ସମ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କଲେ ୯୮ ବର୍ଷିୟା ବୃଦ୍ଧା

ଭୁବନେଶ୍ୱର () କୋଭିଡ୍‌-୧୯ର ଦ୍ୱିତୀୟ ଲହରୀକୁ ନେଇ ସାରା ଭାରତବାସୀ ଏବେ ଭୟଭିତ । ଲକ୍‌ଡାଉନ ଓ ସଟ୍‌ଡାଉନ୍ ଭିତରେ ସମସ୍ତେ ଏବେ ଗୃହବନ୍ଦୀ । କିଏ ପୁଣି କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।  ତେବେ ଏ ସମସ୍ତ ଭୟ ଓ ଆଶଙ୍କା ଓ ସଂକ୍ରମଣ ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଆସିଛି ଏକ ଖୁସିର ଖବର । ଭୁବନେଶ୍ୱର ସ୍ଥିତ ଏହି ହସ୍ପିଟାଲ୍‌ରେ କରୋନାକୁ ପରାସ୍ତ କରିଛନ୍ତି ୯୮ ବର୍ଷିୟା ଜଣେ ବୃଦ୍ଧା ।

ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଂଚଳର ଅନ୍ନପୂର୍ଣ୍ଣା  ବିଶ୍ୱାଳ ନାମକ ଏହି ବରିଷ୍ଠ ନାଗରିକ ଜଣକ ଗତ ମେ ୫ ତାରିଖରେ କରୋନା ସଂକ୍ରମିତ ହୋଇଥିଲେ । ବୟାସାଧିକ ଜନିତ ଅନେକ ବ୍ୟାଧି ଯେପରିକି ଫାଇଲେରିଆ, ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ସେ ପିଡିତ ଥିବାବେଳେ କରୋନା ସଂକ୍ରମିତ ହେବାପରେ ସେ ଅସୁସ୍ଥ ହୋଇପଡ଼ିଥିଲେ । ତୁରନ୍ତ ତାଙ୍କ ପରିବାର ଲୋକେ ତାଙ୍କୁ ସମ୍ କୋଭିଡ୍‌ରେ ଭର୍ତି କରାଇଥିଲେ । ତେବେ  ସମ୍ କୋଭିଡ୍ ହସ୍ପିଟାଲ୍‌ର ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମୀ ଓ କର୍ମକର୍ତାଙ୍କ ଅପ୍ରାଣ ଉଦ୍ୟମ, ସେବା, ଯତ୍ନ ଓ ଚିକିତ୍ସା ଫଳରେ ଅନ୍ନପୂର୍ଣ୍ଣା ସୁସ୍ଥ ହୋଇ ଘରକୁ ଫେରିଥିବାର ତାଙ୍କ ପୁଅ କୂଳମଣି ବିଶ୍ୱାଳ କହିଛନ୍ତି ।

ଜେଜେମା ଘରକୁ ଫେରିବା ପରେ ଖୁସିରେ ଆତ୍ମହରା ହୋଇଉଠିଛନ୍ତି ନାତି ରାକେଶ ବିଶ୍ୱାଳ ଓ ନାତୁଣୀ ବୋହୁ ରାଜଶ୍ରୀ ବିଶ୍ୱାଳ । କରୋନା ହେବା ପରେ ଜେଜେମା  ଆଉ ଘରକୁ ଫେରିବେ ବୋଲି ଆମେ ବିଶ୍ୱାସ କରିନଥିଲୁ କିନ୍ତୁ ସେ ସୁସ୍ଥ ହୋଇ ଫେରିବା ପରେ ଖୁସିରେ ଆତ୍ମହରା ହୋଇ ଉଠିଛୁ ବୋଲି ନାତି ରାକେଶ ।

ସେହିପରି ହସ୍ପିଟାଲର ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ ଓ କାର୍ଯ୍ୟକର୍ତାଙ୍କ ସମେତ ରୋଗୀଙ୍କ ସମ୍ପର୍କୀୟଙ୍କୁ ସମ୍ପୂର୍ଣ୍ଣ ସୂଚନା ଦେଉଥିବା ହେଲ୍ପଲାଇନ କାର୍ଯ୍ୟକର୍ତାଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ନାତୁଣୀ ବୋହୁ ରାଜଶ୍ରୀ ବିଶ୍ୱାଳ । ଜେଜେମାଙ୍କର ଖୁବ୍ ସେବା କରାଯାଇଛି ଏବଂ ହେଲ୍ପଲାଇନ ପକ୍ଷରୁ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ପରିବାରକୁ ଦିଆଯିବା ସହ ଅନେକ ସହଯୋଗ କରାଯାଉଥିବା ପ୍ରଶଂସା କରିଛନ୍ତି ରାଜଶ୍ରୀ ।

Share

Leave a Reply

Your email address will not be published. Required fields are marked *

nineteen − one =