ଆଦର୍ଶ ବିଦ୍ୟାଳୟର ୪୮୯ ଶିକ୍ଷକ ଓ ୮ ଅଧ୍ୟକ୍ଷଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ୱର() ଓଡିଶା ଆଦର୍ଶ ବିଦ୍ୟାଳୟର ନବନିଯୁକ୍ତ ୪୮୯ ଜଣ ଶିକ୍ଷକ ଏବଂ ୮ ଜଣ ଅଧ୍ୟକ୍ଷଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ଅନୁÂିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ହେଇ କହିଥିଲେ , ଶିକ୍ଷାଦାନ ଏକ ମହାନ ବୃତ୍ତି । ଶ୍ରେଣୀ କକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ । ତେଣୁ କେବଳ ପୁସ୍ତକଗତ ଶିକ୍ଷା ଦାନ ଉପରେ ସୀମିତ ନ ରହି ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଗୁଣାତ୍ମକ ଶିକ୍ଷା ପ୍ରତି ତାଙ୍କ ସରକାରର ପ୍ରତିବଦ୍ଧତାକୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ବର୍ତ୍ତମାନ ରାଜ୍ୟରେ ୧୧୪ଟି ଆଦର୍ଶ ବିଦ୍ୟାଳୟ ଥିବା ବେଳେ ଖୁବ ଶୀଘ୍ର ଆଉ ୧୦୦ଟି ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ଆଦର୍ଶ ବିଦ୍ୟାଳୟ ଉତ୍ତମ ଶିକ୍ଷାଦାନ ସହିତ ପିଲାଙ୍କ ସ୍ୱପ୍ନକୁ ସାକାର କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ଆଦର୍ଶ ବିଦ୍ୟାଳୟର ପ୍ରଥମ ବ୍ୟାଚର ପିଲାମାନଙ୍କ ମଧ୍ୟରେ ଉଲ୍ଲେଖନୀୟ କୃତୀତ୍ୱ ହାସଲ କରିଥିବା ୯ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ ଏବଂ ଆଦର୍ଶ ବିଦ୍ୟାଳୟର ନୂଆ websiteର ଲୋକାର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ,ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ ସାହୁ, ବିଭାଗୀୟ ଶାସନ ସଚିବ ଓ ପ୍ରକଳ୍ପ ନିଦେ୍ର୍ଧଶକ ପ୍ରମୁଖ ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

2 × two =