କାଲିଠୁ ସରକାରୀ ସ୍କୁଲରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ପ୍ରକ୍ରିୟା । ଏନେଇ ସମସ୍ତ ଡିଇଓ, ବିଇଓ ଓ ଡିପିସିଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଚିଠି ଲେଖି ଜଣାଇଛନ୍ତି ।ଚିଠିରେ ମେ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ତେବେ ନାମ ଲେଖା ପ୍ରକ୍ରିୟା ସକାଳ ୭ଟାରୁ ୯.୩୦ ପର୍ଯ୍ୟନ୍ତ ଚାଲିବ ।

ସେହିଭଳି ନାମ ଲେଖା ପ୍ରକ୍ରିୟା ସମୟରେ ସମ୍ପୂର୍ଣ୍ଣ କୋଭିଡ ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି | ନିୟମ ପୂର୍ଵକ ୫ ଜଣରୁ ଅଧିକ ଅଭିଭାବକଙ୍କୁ ସ୍କୁଲରେ ପ୍ରବେଶ କରିବାକୁ ମନା କରାଯାଇଛି | ଏହି ସମ୍ପର୍କରେ ଶିକ୍ଷା ସଂଯୋଗ ଦ୍ୱାରା ହ୍ୱାସ୍‌ଆପ୍‌ ଗ୍ରୁପ୍‌ ଜରିଆରେ ଅଭିଭାବକଙ୍କୁ ସୂଚନା ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ସେହିଭଳି କରୋନା ପାଇଁ ଗତବର୍ଷ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ରାଜ୍ୟ ସରକାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବିନା ପରୀକ୍ଷାରେ ପାସ୍ କରିଥିଲେ।

Share

Leave a Reply

Your email address will not be published. Required fields are marked *

nineteen − seventeen =