ଅର୍ଥନୀତିକୁ କୃଷି ସଂଜିବନୀ

ଭୁବନେଶ୍ବର () ରାଜ୍ୟ ସରକାର ଚାଷୀଙ୍କ ସାଥିରେ ରହିଛି, ସେମାନଙ୍କ ପାଇଁ କାମ କରୁଛି । ରାଜ୍ୟର ମିଲେଟ ମିଶନ ସାରା ଦେଶରେ ଉଦାହରଣ ସାଜିଥିବା ବେଳେ କଳାହାଣ୍ଡିର ମତ୍ସ୍ୟ ଚାଷୀ ଦେଶରେ ସ୍ବତନ୍ତ୍ର ପରିଚୟ ଲାଭ କରିଛନ୍ତି । କଚାକିରୀ ଛାଡି ଯୁବାବର୍ଗ ଚାଷକୁ ଆପଣାଉଥିବା କହିଲେ ମୁଖ୍ୟମନ୍ତ୍ରୀ । କରୋନା ଆର୍ଥିକ ସ୍ଥିତି ବିଗାଡି ଦେଇଥିବାବେଳେ ସଞ୍ଜିବନୀ ଭାବେ ଉଭା ହୋଇଛି କୃଷି । କୃଷି ଓଡିଶା ୨୦୨୧କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି ।

ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ଏହି ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ କୃଷି ଓଡିଶାକୁ ଭର୍ଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । କୃଷିଙ୍କ ଉନ୍ନୟନ ପାଇଁ ରାଜ୍ୟ ସରକାର ୨୦ ହଜାର କୋଟି ଋଣ ଯୋଗାଇଛନ୍ତି । ସରକାରୀ ଯୋଜନାର ସୁଯୋଗ ନେବା ସହ ନୂତନ ବୈଷୟିକ କୌଶଳର ଲାଭ ଉଠାଇବା ପାଇଁ ପରାମର୍ଶ ଦେଲେ ନବୀନ ପଟ୍ଟନାୟକ । କୃଷି ଓଡିଶା ଚାଷୀଙ୍କର ସମାବେଶ । ଚାଷୀଙ୍କ ଦକ୍ଷତା ବିକାଶ ପାଇଁ ଏହି ସମାବେଶ ସହାୟକ ହେବ ବୋଲି ସେ କହିଛନ୍ତି ।

ଚଳିତ ବର୍ଷର ଥିମ ରହିଛି ସମନ୍ୱିତ ଚାଷ ଓ ଚାଷୀ ର ବିକାଶ। କୃଷି ଓ ଆନୁଷଙ୍ଗିକ କୃଷିର ଉନ୍ନତିକରଣ ପାଇଁ ଆବଶ୍ୟକ ଥିବା ବୈଷୟିକ ଜ୍ଞାନକୌଶଳ, କୃଷି ଯାନ୍ତ୍ରିକିକରଣ ସୂଚନା, ବଜାର ସୁଯୋଗ ସୃଷ୍ଠି ତଥା ଆବଶ୍ୟକ ଋଣର ସହଜ ଉପଲବ୍ଧତା ଆଦି ଉପରେ ଏହି ପଦର୍ଶନୀରେ ଗୁରୁତ୍ୱ ଦିଆଯାଇଛି।

ଏଥର କୃଷି ଓଡ଼ିଶାରେ ମୋଟ ୧୬୦ଟି ମଣ୍ଡପ ପ୍ରଦର୍ଶିତ ହେଉଛି। ସେ ଭିତରେ କୃଷି, ଉଦ୍ୟାନ କୃଷି, ମୂର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଆଦି ସଂଖ୍ୟାଧିକ ବିଭାଗ ଭାଗ ନେବାକୁ ଯାଉଛନ୍ତି। ଏହି ଅବସରରେ ୩୦ ଜିଲ୍ଲାର ସଫଳ ଚାଷୀଙ୍କୁ ସମ୍ମାନିତ କରାଯିବା ।

ଏଥର ଏହି କୃଷି ପ୍ରଦର୍ଶନୀର ମାସ୍କଟ ଭାବେ ‘ଛତୁ’ କୁ ରଖାଯାଇଛି। ଛତୁର ଗୁଣାତ୍ମକ ମାନ, ସହଜ ଉପଲବ୍ଧତା, ଅଧିକ ଲାଭ,ଉନ୍ନତ ପୁଷ୍ଟି ଯୁକ୍ତ ଖାଦ୍ୟପ୍ରାଣ ଥିବାରୁ ଏହାକୁ ୨୦୨୧ କୃଷି ପ୍ରଦର୍ଶନୀର ମାସ୍କଟ ଭାବେ ରଖାଯାଇଛି। ସମଗ୍ର ଦେଶରେ ଆମ ରାଜ୍ୟ ଓଡ଼ିଶା ପାଳ ଛତୁ ଉତ୍ପାଦନରେ ପ୍ରଥମ ହୋଇଥିଲା ବେଳେ ମୋଟ ଛତୁ ଉତ୍ପାଦନରେ ଦେଶରେ ଦ୍ଵିତୀୟ ସ୍ଥାନରେ ରହିଛି। ଆମ ରାଜ୍ୟରେ ବ୍ୟାପକଭାବେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଓ ଯୁବ ବର୍ଗ ଛତୁ ଚାଷ କରି ସ୍ୱାବଲମ୍ବୀ ହୋଇ ପାରିଥିବା କୃଷି ମନ୍ତ୍ରୀ କହିଛନ୍ତି ।

ଏହି ମହୋତ୍ସବ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତଥା ଫିକିର ସହଯୋଗରେ ଆୟୋଜିତ ହୋଇଛି।
ଉଦଘାଟଣୀ ଅବସରରେ କୃଷି ମନ୍ତ୍ରୀ ଅରୁଣ ସାହୁ , କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଡ଼ଃ ସୌରଭ ଗର୍ଗ, ଉନ୍ନୟନ କମିଶନର ପ୍ରଦୀପ ଜେନା, କୃଷି କମିଶନର ରାଜ କୁମାର ଶର୍ମା ଉପସ୍ଥିତ ଅଛନ୍ତି । ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଦର୍ଶନୀର ଉଦଯାପନୀ ଉତ୍ସବରେ ଯୋଗଦେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

Share

Leave a Reply

Your email address will not be published. Required fields are marked *

nine − six =