କାଳିଆ ଯୋଜନାର ବ୍ୟୟବରାଦ ଦେଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର: ‘କାଳିଆ ଯୋଜନା’ରେ ରାଜ୍ୟ ସରକାର ଏପର୍ଯ୍ୟନ୍ତ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ସେ ନେଇ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ | ଆଜି ବିଧାନସଭା ଗୃହରେ ବିଜେପି ବିଧାୟକ ନାଉରି ନାୟକ ପ୍ରଶ୍ନ କରିଥିଲେ ଯେ କାଳିଆ ଯୋଜନାରେ କେତେ ସଂଖ୍ୟକ କୃଷକ ଓ କୃଷି ନିମନ୍ତେ କେତେ ଅର୍ଥ ବ୍ୟୟ କରାଯାଇଛି |

ଏହାର ଉତ୍ତର ଦେଇ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି, ୨୦୧୮-୧୯ ଓ ୨୦୧୯-୨୦ ବର୍ଷରେ ‘କାଳିଆ ଯୋଜନା’ରେ ୫୧.୦୫ ଲକ୍ଷ ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଥିଲା ଏବଂ ଏଥିପାଇଁ ୨୦୧୮-୧୯ ମସିହାରେ ଚାଷୀ ସହାୟତା ଓ ପ୍ରଶାସନିକ ବ୍ୟୟ ବାବଦକୁ ୨୧୭୫.୬୬ କୋଟି ବ୍ୟୟ କରାଯାଇଛି । ସେହିପରି ୨୦୧୯-୨୦ ମସିହାରେ ୩୨୪୩.୦୧ କୋଟି ଟଙ୍କା ବ୍ୟୟ କରାଯାଇଥିଲା । ପୁନଶ୍ଚ ୨୦୨୦-୨୧ ମସିହାରେ ୫୩.୫୫ ଲକ୍ଷ କ୍ଷୁଦ୍ର ନାମମାତ୍ର ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଛି ଏବଂ ଏଥିପାଇଁ ଫେବୃଆରୀ ମାସ ସୁଦ୍ଧା ୧୨୭୨.୧୯ କୋଟି ଟଙ୍କା ବ୍ୟୟ କରାଯାଇଥିଲା।

Share

Leave a Reply

Your email address will not be published. Required fields are marked *

16 − 4 =