ଶ୍ରୀକ୍ଷେତ୍ର ସୌନ୍ଦର୍ୟ୍ୟକରଣ ଦେଖି ବିଭୋର ହେଲେ ଶାହା

ପୁରୀ() ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସକାଳ ୮ଟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ଶାହ । ଶ୍ରୀଜଗନ୍ନାଥଙ୍କୁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା ସହ ମାଗିଛନ୍ତି ଆଶୀର୍ବାଦ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା, ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ, ସମ୍ବିତ ପାତ୍ର ପ୍ରମୁଖ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶାହା ଙ୍କ ଗସ୍ତ କୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାର ଓ ପୁରୀ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ଦେଖି ମଧ୍ୟ ବିମୋହିତ ହୋଇଥିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ।

ତେବେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶାହ ମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶୁକ୍ରବାର ମେ’ ଫେୟାର ହୋଟେଲରେ ଦଳୀୟ ବୈଠକରେ ଯୋଗଦେବା ପରେ ଶାହ ସନ୍ଧ୍ୟାରେ ପୁରୀରେ ପହଞ୍ଚିଥିଲେ । ସେଠାରେ ରାତ୍ରିଯାପନ କରିବା ସହ ଆଜି ମନ୍ଦିର ବୁଲିଛନ୍ତି । ଦର୍ଶନ ପରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଯିବେ ।ଏହା ସହ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ର ଶୁଭ ଉଦ୍‌ଘାଟନ କରିବା ପରେ ଦିଲ୍ଲୀ ଫେରିବେ ଗୃହମନ୍ତ୍ରୀ ଅମିତ ଶାହ ।

Share

Leave a Reply

Your email address will not be published. Required fields are marked *

13 + ten =