ଆସୁଛି ଆଉ ଦୁଇଟି ଲଘୁଚାପ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଘନୀଭୂତ ହେବ । ୯ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଆସନ୍ତା ୧୨ ଓ ୧୩ ତାରିଖରେ ତାମିଲନାଡୁ ଓ ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।

ଦକ୍ଷିଣ ଆରବ ସାଗରରେ ବର୍ତ୍ତମାନ ଥିବା ଲଘୁଚାପ କ୍ଷେତ୍ର ସେତେବେଳକୁ ଅଧିକ ଘନୀଭୂତ ହେବା ସମ୍ଭାବନା ଥିବାରୁ ସେଠାରୁ ପବନ ଟାଣିହେବ । ତେଣୁ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ନ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଭୁବନେଶ୍ୱର, ପୁରୀ, ସମେତ ଉପକୂଳ ଅଞ୍ଚଳୟରେ ୧୧ ଓ ୧୨ ତାରିଖରେ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

Share

Leave a Reply

Your email address will not be published. Required fields are marked *

seventeen + eighteen =