ଘୁଞ୍ଚିଲା ବର୍ଷାଙ୍କ ଘରୋଇ ହିଂସା ମାମଲାର ଶୁଣାଣି

କଟକ() ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ଘରୋଇ ହିଂସା ମାମଲାର ଶୁଣାଣି ଘୁଞ୍ଚିଲା । ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି । ଡିଆଇଆର ରିପୋର୍ଟ ଦାଖଲ ହୋଇନଥିବାରୁ ଏହି ମାମଲାର ଶୁଣାଣି ଅକ୍ଟୋବର ୧୨କୁ ଘୁଞ୍ଚିଛି ।

ତେବେ ଅନୁଭବଙ୍କ ବିରୋଧରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ ବର୍ଷା । କିନ୍ତୁ ଅନୁଭବ ଏହାର ଅସ୍ୱୀକାର କରି ବର୍ଷା ମାନସିକ ଯନ୍ତ୍ରଣା ଦେଉଥିଲେ ବୋଲି କୋର୍ଟରେ ପିଟିସନ ଦାଖଲ କରିଥିଲେ ।

Share

Leave a Reply

Your email address will not be published. Required fields are marked *

one × 5 =