ହତ୍ୟା ମାମଲାରେ ଗିରଫ ହେଲେ ବିଜେଡି ନେତା

ଭୁବନେଶ୍ୱର() ଗିରଫ ହେଲେ ବିଜେଡି ନେତା ଅନୁପ ସାଏ । ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପଙ୍କୁ ଗିରଫ କରିଛି ଛତିଶଗଡ ପୋଲିସ । ଅନୁପଙ୍କ ଗିରଫ କରିବା ନେଇ ବ୍ରଜରାଜନଗର ଗାନ୍ଧୀଛକ ଥାନା ପୋଲିସ ସୂଚନା ଦେଇଛି । ଅନୁପଙ୍କୁ ଗିରଫ ପରେ ଛତିଶଗଡ ଚକ୍ରଧରପୁର ଥାନାରେ ପଚରାଉଚରା କରୁଛି ପୋଲିସ । ଅନୁପଙ୍କ ଗିରଫ ନେଇ ଛତିଶଗଡ ପୋଲିସ ଝାରସୁଗୁଡା ଏସପିଙ୍କୁ ମଧ୍ୟ ସୂଚନା ଦେଇଥିଲେ ।

୨୦୧୪ରେ ବିଜେଡିରେ ମିଶିବା ସହ ନିର୍ବାଚନ ଲଢିଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ଠାରୁ ଅଳ୍ପ ଭୋଟରେ ମାତ୍ ଖାଇଥିଲେ । ତେବେ ୨୦୧୯ରେ ଅନୁପଙ୍କୁ ଆଉ ବିଜେଡି ଟିକେଟରେ ଲଢିବାକୁ ସୁଯୋଗ ମିଳିନଥିଲା ।

Share

Leave a Reply

Your email address will not be published. Required fields are marked *

19 − five =