କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢାଇଲେ କୃଷିମନ୍ତ୍ରୀ

ଭୁବନେଶ୍ୱର()କରୋନା ନେଇ ସାରା ବିଶ୍ୱରେ ଭୟାବହର ବାର୍ତ୍ତାବରଣ ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏହାର ପ୍ରତିଷେଧକ ମଧ୍ୟ ବାହାରିନି । ଏହାରି ମଧ୍ୟରେ କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ।

ସେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ନିଜର ୩ମାସର ଦରମା  ପ୍ରଦାନ କରିଛନ୍ତି । ପୂର୍ବରୁ କରୋନା ମୁକାବିଲା ପାଇଁ ଦରମା ଦେବାକୁ ଆହ୍ୱାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ମୁଖ୍ୟମନ୍ତ୍ରୀ ମଧ୍ୟ ପାଣ୍ଠିକୁ ନିଜର ୩ମାସର ଦରମା ପ୍ରଦାନ କରିଥିଲେ ।

ଉଲ୍ଲେଖଯୋଗ୍ୟ ଯେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୨ ଥିବା ବେଳେ ୧୦ଜଣଙ୍କର ମୃତ୍ୟୁ ହୋଇସାରିଛି । ସେହିପରି ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

two + twenty =