ଜୁନ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା ହେବ

ଭୁବନେଶ୍ୱର() କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । କରୋନା ଲକଡାଉନ ପାଇଁ ସ୍କୁଲ ଓ କଲେଜ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଥିବାବେଳେ ପୂର୍ବରୁ ହେବାକୁ ଥିବା ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।

ଜୁନ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା ହେବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ଏଥିସହ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ ରହିବାକୁ ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ଯେ, ଲକଡାଉନକୁ ଛାତ୍ରଛାତ୍ରୀ ସୁଯୋଗଭାବେ ଗ୍ରହଣ କରନ୍ତୁ । ୟୁଜିସିର ଗାଇଡଲାଇନ ନେଇ ଶ୍ରୀ ସାହୁ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ତର୍ଜମା ହେବ, ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ ଆମେ କରିବୁ । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରାଯିବ ବୋଲି ସେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

18 + 17 =