ଅଧିକ ସାର ପାଇଁ କେନ୍ଦ୍ରକୁ ଅନୁରୋଧ

ଭୁବନେଶ୍ୱର()  କୋଭିଡ୍‌-୧୯ସ୍ଥିତିରେ ଚଳିତ ଖରିଫ୍‌ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି  ସାମଗ୍ରୀଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁଅଧିକ କଡ଼ାକଡ଼ି କରାଯାଇଛି ଓ ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁଅନୁରୋଧ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ସାର ଯେପରି ଧାର୍ଯ୍ୟ ଦରରେ ବିକି୍ର ହୁଏ ଓ ଏହାର ସୁଷମବ ଣ୍ଟନ ନିମେ; ଯାଞ୍ଚ ବ୍ୟବ ସ୍ଥାକୁ ଅଧିକ କ ଡ଼ାକ ଡ଼ି କରିବା ପାଇଁ ମନ୍ତ୍ରୀ ଡ. ସାହୁ ଅଧିକାରୀମାନ ଙ୍କୁ ନିର୍ଦ୍ଦେଶଦେଇଛନ୍ତି ।

ଅଧିକ ଦରରେ ସାର ବିକ୍ରୟ ଅଭିଯୋଗ ଆସିଲେ, ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି । ଆଜିଆୟୋଜିତ ଏକ ଭର୍ଚୁଆଲ୍‌ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟରେ ଖରିଫ୍‌ ଚାଷ ସମେତ ବିଭିନ୍ନଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଲେ କୋଭିଡ୍‌୧୯ ପରି ଏକ ଜଟିଳ ସ୍ଥିତିରେ ଚାଷ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ, ସେଥିପ୍ରତି କ୍ଷେତ୍ର ଅଧିକାରୀମାନେ ଅଧିକକି୍ରୟାଶୀଳ ହେବା ଆବଶ୍ୟକ । ଚାଷ କାର୍ଯ୍ୟ ନିମନ୍ତେ ସାରର ଯେପରି କୌଣସି ଅଭାବ ନରୁହେ, ସେଥିପ୍ରତି ସମବାୟ ବିଭାଗ ସହିତ ସମନ୍ୱୟ ରକ୍ଷା କରି ସାରର ସୁଷମ ବଣ୍ଟନ ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଯେପରି କୌଣସି ଜଣେ ଚାଷୀଙ୍କୁ ଧାର୍ଯ୍ୟ ଦରଠାରୁ ଅଧିକ ଦରରେ ସାର କିଣିବାକୁ ନପଡ଼େ ସେଥିପ୍ରତିଅଧିକାରୀମାନେ ସତର୍କ ଦୃଷ୍ଟି ଦେବା ପାଇଁ ମନ୍ତ୍ରୀ କହିଥିଲେ ।

ଅଧିକାରୀମାନେ ସଦର ମହକୁମାରେଉପସ୍ଥିତ ରହି ଚାଷକାର୍ଯ୍ୟକୁ ଆଗେଇ ନେବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ଗୁଣାତ୍ମକ ମାନ ଓ ପରିମାଣରେ କୌଣସିପ୍ରକାରର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।  ବୈଠକରେବିଭିନ୍ନ ସ୍ଥାନରେ ବର୍ଷାର ସ୍ଥିତି ସଂପର୍କରେ ବିଶଦ ଭାବରେ ଆଲୋଚନ କରାଯାଇଥିଲା। ବିଭାଗ ପକ୍ଷରୁ ବୃଷ୍ଟିପାତର ପରିମାଣ ସଂପର୍କରେ ନିୟମିତ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପନିଆଯାଉଛି । ଏଥି ସହିତ ମୃତ୍ତି ର୍କା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ପକ୍ଷରୁ ‘ମୋ ପୋଖରୀ’ ଏବଂବୃକ୍ଷ ରୋପଣ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଆଲୋଚନା କରାଯାଇଥିଲା । କୋଭିଡ-୧୯ ସ୍ଥିତିରେମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନରେ ବୃକ୍ଷ ରୋପଣ ଓ ‘ମୋପୋଖରୀ’ ଯୋଜନା କାର୍ଯ୍ୟକାରୀ କରି ଅଧିକ ଶ୍ରମ ଦିବସ ଓ ଭିତ୍ତିଭୂମି ନିର୍ମାଣ ଉପରେ ମନ୍ତ୍ରୀ ଡ. ସାହୁଗୁରୁତ୍ୱାରୋପ କରିଥିଲେ । ବୃକ୍ଷ ରୋପଣ କରାଯାଉଥିବା ସ୍ଥାନଗୁଡ଼ିକର ଫଟୋଚିତ୍ର ଉତ୍ତୋଳନ ସହିତ  ଭିଡ଼ିଓଗ୍ରାଫିକରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଜିଲ୍ଲା ଗସ୍ତ ସମୟରେନିୟମିତ ବୃକ୍ଷରୋପଣ ସ୍ଥାନଗୁଡ଼ିକର ପରିଦର୍ଶନ କରିବା ପାଇଁ ମନ୍ତ୍ରୀ କହିଥିଲେ । କୋଭିଡ୍‌-୧୯ ସ୍ଥିତିରେମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ ନିମନ୍ତେ ହିତାଧିକାରୀ ଚୟନ, ପ୍ରଧାନମନ୍ତ୍ରୀ ଫସଲ ବୀମାଯୋଜନା, ‘ଆତ୍ମା’ ଆଦି ବିଷୟରେ ସବିଶେଷ ଆଲୋଚନା କରାଯାଇଥିଲା । ବୈଠକରେକୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ସ୍ୱତନ୍ତ୍ରଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା  ଉନ୍ନୟନନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଓ ନୋଡାଲ୍‌ ଅଧିକାରୀମାନେଯୋଗଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

20 − 9 =