ବଳଦେବଜୀଉ ମନ୍ଦିର ବିକାଶ ପାଇଁ ୮ କୋଟି

ଭୁବନେଶ୍ୱର() କେନ୍ଦ୍ରାପଡା ବଳଦେବଜୀଉ ମନ୍ଦିର ଓ ବଡଦାଣ୍ଡର ଉନ୍ନତିକରଣ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନର ସମ୍ମିଳନୀ କକ୍ଷରୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଯୋଗେ କେନ୍ଦ୍ରାପଡା ସାଂସଦ, ବିଧାୟକ, ଜିଲ୍ଲାପାଳ, ମନ୍ଦିର ଟ୍ରଷ୍ଟ ଏବଂ ସେବାୟତ ମାନଙ୍କ ସହ ଏସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

ଗତ ସ୍ନାନ ପୂର୍ଣ୍ଣିମା ଦିନ ମୁଖ୍ୟମନ୍ତ୍ରୀ ବଳଦେବଜୀଉ ମନ୍ଦିର ପରିଦର୍ଶନ କରିଥିଲେ । ଏହି ପରିଦର୍ଶନ ସମୟରେ ସେବାୟତ ଓ ଜନସାଧାରଣ ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଆଜି ଅନୁଷ୍ଠିତ ଭିଡିଓ କନଫରେନ୍ସିଂରେ ବଳଦେବଜୀଉ ପୀଠର ବିକାଶ ଏବଂ ଏହାକୁ ଆକର୍ଷଣୀୟ ଧର୍ମୀୟ ପର୍ୟ୍ୟଟନ କ୍ଷେତ୍ର ଭାବେ ବିକଶିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

four + 20 =