ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଶ୍ରୀଜିଉଙ୍କ ବନକଲାଗି ଏକ ଗୁପ୍ତ ସେବା । ପ୍ରାୟ ଚାରି ଘଣ୍ଟା ଧରି ଚାଲିବ ସ୍ୱତନ୍ତ୍ର ନୀତି । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ତାପରେ ପୁଣି ଥରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ ।

Share

Leave a Reply

Your email address will not be published. Required fields are marked *

six − 2 =