ଦୂର ହେବ ମହାକାଳପଡାର ପାନୀୟ ଜଳ ସମସ୍ୟା

କେନ୍ଦ୍ରାପଡା () ଆଜି କେନ୍ଦ୍ରାପଡାର ମହାକାଳପଡା ବ୍ଲକ ସରୁମୁହିଁଠାରେ ବସୁଧା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଏକ ବିରାଟ ସାଧାରଣ ସଭାରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୪୧କୋଟି ଟଙ୍କାର ଏହି ପ୍ରକଳ୍ପ ଦ୍ୱାରା ମହାକାଳପଡା ଓ ମାର୍ଶାଘାଇ ବ୍ଲକର ୨ଶହ ଗାଁକୁ ବିଶୁଦ୍ଧ ପାନୀୟ ଜଳ ମିଳିବ । ଏହି ପ୍ରକଳ୍ପ ଦ୍ୱାରା କେନ୍ଦ୍ରାପଡାବାସୀ ବିଶୁଦ୍ଧ ମିଠା ଜଳ ପାଇପାରିବେ । ଏହି ପ୍ରକଳ୍ପ ଦ୍ୱାରା ମହାକାଳପଡା ବ୍ଲକର ୧୪୮ ଟି ଗାଁ ଓ ମାର୍ଶାଘାଇ ବ୍ଲକର ୫୨ଟି ଗାଁର ଲୋକେ ବିଶୁଦ୍ଧ ପିଇବା ପାଣି ପାଇପାରିବେ । ଦିନ ୧୧ଟା ୩୦ ସମୟରେ ଏହି କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହାସହ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର ନୂଆ ଟୋଲଫ୍ରୀ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି । ୧୯୧୬ ନମ୍ବରରେ କଲ କରି ନିଜ ଗାଁର ପାଣି ସମସ୍ୟା ବିଷୟରେ ଜଣାଇପାରିବେ ।

Share

Leave a Reply

Your email address will not be published. Required fields are marked *

2 × 2 =