ଆସୁଛି ବଡ଼ ବର୍ଷା‌, ୨୫ ଓ ୨୬ ତାରିଖ ପାଇଁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର : ଆସୁ ବଡ଼ ବର୍ଷା‌। ୫ ଦିନ ଧରି ବର୍ଷିବ। ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ୨୫ ଓ ୨୬ ତାରିଖରେ ସ୍ଥିତି ଅଧିକ ଖରାପ ହେବ। ତାହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଦୁଇ ଦିନ ପାଇଁ ଓଡ଼ିଶା ଲାଗି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ପରିସ୍ଥିତି ଉପରେ ନଜର ରଖିବାକୁ ରାଜ୍ୟ ସରକାରକୁ ପରାମର୍ଶ ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ।

ପ୍ରଭାବରେ ୨୫ ତାରିଖଠାରୁ ଉତ୍ତର ଓଡ଼ିଶା ଓ ପଶ୍ଚିମ ବଙ୍ଗରେ ବର୍ଷା ପରିମାଣ ବଢ଼ିବ। ଏହାର ୪୮ ଘଣ୍ଟା ପରେ ଅର୍ଥାତ୍‌ ୨୬ ତାରିଖ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

Share

Leave a Reply

Your email address will not be published. Required fields are marked *

six + 3 =