ରାଜଧାନୀରୁ ଚିହ୍ନଟ ହେଲେ ୬୬୧ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ମହାନଗର ନୀଗମରେ ୬୬୧ ନୁଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମିତ ଚିହ୍ନଟ ହୋଇଥିବା ୬୬୧ଙ୍କ ମଧ୍ୟରୁ ୫୦୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ଏବଂ ୧୫୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟାର ୬୬୧ ନୁଆ ସଂକ୍ରମଣକୁ ମିଶାଇ ରାଜଧାନୀରେ ସକ୍ରିୟ ସଂକ୍ରମଣ ସଂଖ୍ୟା ଏବେ ୭୨୨୨ ରେ ପହଁଚିଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୧,୫୭୦ ରେ ପହଁଚିଛି । ଏହା ସହିତ ଶେଷ ୨୪ଘଣ୍ଟାରେ ୧୩୫୬ ଜଣ ସୁସ୍ଥ ହୋଇଛନ୍ତି, ଏହାକୁ ମିଶାଇ ଏ ପର‌୍ୟ୍ୟନ୍ତ ମୋଟ ୭୩,୯୬୫ ରେ ପହଁଚିଛି । ତେବେ ଗତ ୨୪ଘଣ୍ଟା ଭିତରେ ଚାରି ଜଣଙ୍କର ମୃତ୍ୟୁ ଘଟି ରାଜଧାନୀରେ କରୋନାରେ ମୃତକଙ୍କ ସଂଖ୍ୟା ୩୬୨ ରେ ପହଁଚିଛି।

Share

Leave a Reply

Your email address will not be published. Required fields are marked *

1 × one =