ଆରପାରିରେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର ()ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ । ଭେଟେରାନ୍ କଳାକାର ବିଜୟ ମହାନ୍ତି ଆଉ ନାହାଁନ୍ତି । ଏକ ଘରୋଇ ହସ୍ପିଟାଲରେ ତାଙ୍କର ଆଜି ପରଲୋକ ଘଟିଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ୭୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଏହା ପରେ ଓଡିଆ ଚଳଚ୍ଚିତ ଜଗତରେ ଶୋକର ଛାୟା ଖେଳିଯାଇଛି ।

ଓଡିଆ ଚଳଚ୍ଚିତ୍ର ଜଗତରେ ଏକ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ବିଜୟ ମହାନ୍ତି ଅଭିନେତା ଓ ନିର୍ଦ୍ଦେଶକ ଭାବେ ସଫଳ ହୋଇଥିବା ବେଳେ ଅଧ୍ୟାପନା କ୍ଷେତ୍ରରେ ମଧ୍ୟ ପ୍ରସିଦ୍ଧି ଲାଭ କରିଥିଲେ । ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତେବେ ହାଇଦ୍ରାବାଦରେ ଚିକିତ୍ସାଧିନ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବାରୁ ତାଙ୍କୁ ଓଡିଶା ଅଣାଯାଇଥିଲା । ଏଠାରେ ପୁଣି ଅସୁସ୍ଥତା ଯୋଗୁଁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଆଜି ସନ୍ଧ୍ୟାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

five × 4 =