ପିପିଲି ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ରୁଦ୍ର ମହାରଥୀ

ପିପିଲି: ପିପିଲି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ଆଜି ସକାଳୁ ପିପିଲି ବିଜେଡି କାର୍ଯ୍ୟାଳୟରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଉପ ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ତେବେ ଏହି ଶୋଭାଯାତ୍ରାରେ ଦଳର ବରିଷ୍ଠ ନେତା ସାମିଲ ଅଛନ୍ତି । କରୋନା କଟକଣା ମାନି ଶୋଭାଯାତ୍ରାରେ ବାହାରିଥିଲେ ରୁଦ୍ର ମହାରଥୀ । ତେବେ ପିପିଲି ପାଇଁ ବିଜେଡିର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତି ସରିଛି । ପଞ୍ଚାୟତ, ବ୍ଲକ୍‌ ଏବଂ ଏନ୍‌ଏସି ପାଇଁ ବରିଷ୍ଠ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦିଆସରିଛି ।

ସୂଚନାନୁଯାୟୀ ,ନାମ ଘୋଷଣା ପରେ ଗତ ୨୮ ତାରିଖରେ ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରୁ ଟିକେଟ୍ ଗ୍ରହଣ କରିଥିଲେ ।ଟିକେଟ ପାଇବା ପରେ ରୁଦ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ବାପାଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବେ । ଚାଷୀଙ୍କ ଉନ୍ନତି, ପାନୀୟ ଜଳ, ଜଳସେଚନ ଉପରେ ଧ୍ୟାନ ଦେବେ ବୋଲି ରୁଦ୍ର କହିଛନ୍ତି । ଏଥିସହ ପରିବାରରେ ଟିକେଟ୍ ପାଇଁ ମତଭେଦ ଉପରେ ପ୍ରତିକ୍ରିୟା ରଖି ରୁଦ୍ର କହିଛନ୍ତି ଏହା ବିରୋଧୀ ଦଳର ଏକ ସୁକଳ୍ପିତ ଚାଲ୍ । ପରିବାର ସବୁବେଳେ ଏକାଠି ଅଛି |ତେବେ ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ରୁଦ୍ର ପ୍ରତାପ ମହାରଥୀ ପୁରୀ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

14 − 1 =