ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ବର () ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ତିର୍ତ୍ତୋଲରୁ ବିଜେପି ତରଫରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବାଲେଶ୍ବର ସଦରର ପ୍ରାର୍ଥୀ ହୋଇଛନ୍ତି ମାନସ କୁମାର ଦତ୍ତ ।

ସୂଚନାଯୋଗ୍ୟ, ନଭେମ୍ବର ତିନି ତାରିଖରେ ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ। ନଭେମ୍ବର ୧୦ ତାରିଖରେ ଭୋଟ ଗଣତି ହୋଇ ଫଳ ପ୍ରକାଶ ପାଇବ। କରୋନା କଟକଣା ମଧ୍ୟରେ ମତଦାନ କରିବେ ଭୋଟର ।

Share

Leave a Reply

Your email address will not be published. Required fields are marked *

sixteen − 11 =