ଖଣ୍ଡଗିରି ଯାତ୍ରାକୁ ନେଇ ଚୂଡାନ୍ତ ନିଷ୍ପତ୍ତି

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରା ପାଇଁ ଚାଲିଛି ଜାଗା ଖୋଜା | ଖଣ୍ଡଗିରି ଯାତ୍ରାର ଆୟୋଜନକୁ ନେଇବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ପୂର୍ବସ୍ଥାନରେ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲିଛି । ତା’ଛଡ଼ା ଖଣ୍ଡଗିରି ଯାତ୍ରାକୁ ଦୈନିକ ୫୦ହଜାରରୁ ଅଧିକ ଲୋକଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି । ତେଣୁ ସେହି ସ୍ଥାନରେ କୋଭିଡ କଟକଣା ମଧ୍ୟରେ ଯାତ୍ରା ପାଇଁ ଅନୁମତି ଦେବା ଅସମ୍ଭବ । ଏଥିଲାଗି ବିକଳ୍ପ ସ୍ଥାନ ଖୋଜା ଚାଲିଛି ବୋଲି ବିଏମସି କମିସନର ପ୍ରେମ ଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ।

ତେବେ ୫୦ପ୍ରତିଶତ ଦର୍ଶକଙ୍କୁ ନେଇ ଚଳିତ ବର୍ଷ ଯାତ୍ରା କରିବାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି ।ତେବେ ଯାତ୍ରା ଗୋଟିଏ ସ୍ଥାନରେ ନକରି ଦୁଇ ବା ତିନୋଟି ସ୍ଥାନରେ ପୃଥକ ପୃଥକ ଭାବେ ଆୟୋଜନ ପାଇଁ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସହ ଏବାବଦରେ ଆଲୋଚନା କରି ଉଭୟଙ୍କ ପରାମର୍ଶ ନିଆଯାଇଛି । ଏଣୁ ସବୁ ଦିଗକୁ ଦୃଷ୍ଟିରେ ରଖି ଖଣ୍ଡଗିରି ଯାତ୍ରା ପାଇଁ ନିଷ୍ପତ୍ତି ନିଆଯିବ । ଏନେଇ ଆଜି ପୁଣି ଆୟୋଜକଙ୍କ ସହ ଆଲୋଚନା ହେବ ଓ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

fourteen + four =