ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମରେ କୋଭିଡ ପରିଚାଳନା ଲାଗି ଆଉ ୨୦ କୋଟି ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଜୂର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ ୭୭କୋଟି ଟଙ୍କା ଦିଆଯାଇଛି ।

ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ମଧ୍ୟ ଏଠାରେ ସର୍ବାଧିକ ।ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱର କୁ ଆସି ଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।

Share

Leave a Reply

Your email address will not be published. Required fields are marked *

three + 3 =