ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ସେବାରେ ସାମିଲ ହେବେ । ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଜିଲ୍ଲାରେ ଏହି ସେବାର ଶୁଭାରମ୍ଭ କରିବେ । ପ୍ରଥମେ ଅନୁଗୁଳ ଯାଇ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ କରିବେ । ଏହା ପରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଯାଇ ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିବେ । ଏହା ସହ ଜିଲ୍ଲାପାଇଁ 800 କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

five × 3 =