ବରଗଡ଼ରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ବରଗଡ଼ର ବିଜେପୁରଠାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଏଥିସହ ୨୯୮କୋଟିର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ୍ ପ୍ରମୁଖ ଯୋଗ ଦେଇଛନ୍ତି। ତେବେ ଏଥିରେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗ ଦେଇନାହାନ୍ତି।

ଏକ ସ୍ବତନ୍ତ୍ର ହେଲିକପ୍ଟର‌ ଯୋଗେ ମୁଖ୍ୟମନ୍ତ୍ରୀ ବିଜେପୁରଠାରେ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରେ ଗଣ୍ଡପାଲି ନିକଟସ୍ଥ ପଡ଼ିଆକୁ ପହଞ୍ଚି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨ଜଣ ଅତିରିକ୍ତ ଏସ୍‌ପି, ୧୦ ଜଣ ଡିଏସ୍‌ପି,  ୩୦ ଜଣ ଏସ୍‌ଆଇ, ୪୦ ଜଣ ଏସ୍‌ଆଇ ଏବଂ ୨୦ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିବେ। ଏଣେ ବିରୋଧୀ ଦଳଗୁଡ଼ିକ ମମିତା ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରାଯିବ ବୋଲି ଘୋଷଣା କରିଛନ୍ତି।

ଯଦିଓ ମୁଖ୍ୟମନ୍ତ୍ରୀ କେବଳ ବିଜେପୁରରୁ ଗଣ୍ଡପାଲି ଯାଏ କାର୍‌ରେ ଯିବେ, ତେଣୁ ଏହି ରାସ୍ତା ଉପରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ଜିଲ୍ଲାବାସୀଙ୍କୁ ୨୯୫ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ। ୧୭୯.୬୬ କୋଟି ଟଙ୍କାର ୪୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୧୧୫.୪୩ କୋଟି ଟଙ୍କାରେ ନିର୍ମିତ ୧୦୮ଟି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

11 + nineteen =