ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ |ତେବେ ଆଜି ମଣ୍ଡି ଅବ୍ୟବସ୍ଥା ନେଇ ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ଗତବର୍ଷ ୪୫.୬୧ ଲକ୍ଷ ଟନ୍ ମେଟ୍ରିକ ଟନ୍ ସଂଗ୍ରହ ହୋଇଛି । ଗତବର୍ଷ ଅପେକ୍ଷା ଏଯାଏଁ ୨୧ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି ।

ସେହିଭଳି ଧାନ କିଣାର ୭ ଦିନ ପୂର୍ବରୁ ଚାଷୀଙ୍କୁ ଧାନ କିଣା ତାରିଖ ଓ ପରିମାଣ ସମ୍ପର୍କରେ ସୂଚନା ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ୯.୯୩ ଲକ୍ଷ ଚାଷୀ ସରକାରଙ୍କୁ ଧାନ ବିକ୍ରି କରିଛନ୍ତି। ଏ ବାବଦକୁ ୧୦ ହଜାର ୨୮୧ କୋଟି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯାଇଛି। ମାର୍ଚ୍ଚ ୩୧ ଧାନ କିଣାର ଶେଷ ତାରିଖ ରହିଥିବା ବେଳେ ଆଗକୁ ଆହୁରି ଧାନ କିଣାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ । ତେବେ ଗୃହରେ ଯୋଗାଣ ମନ୍ତ୍ରୀ ଉତ୍ତର ରଖୁଥିବା ବେଳେ ମଧ୍ୟ ବିରୋଧୀ ହୋହଲ୍ଲା ସହ ହଟ୍ଟଗୋଳ କରିବା ବନ୍ଦ କରିନଥିଲେ । ବାଚସ୍ପତିଙ୍କ ପୋଡିୟମ ପାଖରେ ଲଗାତାର ନାରାବାଜି କରିବାରୁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Share

Leave a Reply

Your email address will not be published. Required fields are marked *

eight − two =