ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍

ଭୁବନେଶ୍ୱର: ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ । ଅନନ୍ତବାସୁଦେବ ଓ ବ୍ରହ୍ମେଶ୍ୱର ମନ୍ଦିରରୁ କେନ୍ଦ୍ର ପ୍ରସ୍ତାବିତ ବାଇ-ଲ’କୁ ତୁରନ୍ତ ପ୍ରତ୍ୟାହାର କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ସମ୍ବେଦନଶୀଳ ଧାର୍ମିକ ପ୍ରସଙ୍ଗରେ କେନ୍ଦ୍ରୀୟ ସଂସ୍ଥା କୌଣସି ନିଷ୍ପତ୍ତି ନେଲାବେଳେ ରାଜ୍ୟକୁ ବିଶ୍ୱାସକୁ ନେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶାର ସମସ୍ତ ସାଂସଦ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ କେନ୍ଦ୍ର ସରକାର ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲଙ୍କ ନିକଟରେ ଉପସ୍ଥାପନ କରିବାକୁ ନବୀନ ଅନୁରୋଧ କରୁଛନ୍ତି ।

ଜାତୀୟ ସ୍ମାରକୀ ପ୍ରାଧିକରଣର ପ୍ରସ୍ତାବିତ ବାଇ-ଲ’ ଓଡ଼ିଶାର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଆଘାତ ଦେଉଛି । ଏହା ସେବାୟତଙ୍କ ଜୀବନଜୀବିକା ସହ ଶ୍ରୀଲିଙ୍ଗରାଜ ମନ୍ଦିରର ନୀତିକାନ୍ତି ସୁପରିଚାଳନା ଉପରେ ପ୍ରଭାବ ପକାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଜାତୀୟ କୀର୍ତିରାଜି କର୍ତୃପକ୍ଷଙ୍କ ପ୍ରସ୍ତାବିତ ବାଇ-ଲ’ ପୁରୀରୁ ହଟିଥିବା ବେଳେ ଏକାମ୍ର କ୍ଷେତ୍ର ପାଇଁ କାଏମ ରହିଛି । ଏହାକୁ ନେଇ ଏବେ ରାଜ୍ୟ ରାଜନୀତି ସଗରମ ହୋଇଛି ।

Share

Leave a Reply

Your email address will not be published. Required fields are marked *

thirteen − 9 =