ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର()  ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଟ୍ବିଟ୍ କରି ଉଭୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଧର୍ମେନ୍ଦ୍ର ପ୍ରଧାନ ଦ୍ୱିତୀୟ ଥର ପାଇଁ କେନ୍ଦ୍ରମନ୍ତ୍ରୀ ହୋଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ଏଥର ମୋଦୀ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି।

ସେପଟେ ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇପାରିନଥିଲେ ହେଁ ଗତକାଲି ତାଙ୍କୁ ଟ୍ୱିଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପାଳିରେ ଭାରତର ସାମୟିକ ବିକାଶ କାମନା କରି ମୋଦି ଓ ତାଙ୍କ ଟିମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

2 × one =