୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟର ବିଭିନ୍ନ ବିଲ୍ ଓ ପ୍ରକଳ୍ପ କାର୍ୟ୍ୟ ସହ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗର ସମୀକ୍ଷା କରିବେ। ଏହାବ୍ୟତୀତ ସେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ୟ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ସୋମବାର ଭୁବନେଶ୍ୱର ଫେରିବାର କାର୍ୟ୍ୟକ୍ରମ ରହିଛି।

Share

Leave a Reply

Your email address will not be published. Required fields are marked *

ten − six =