୨୯ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୯ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ୩ଦିନିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ଏହି ଗସ୍ତ ସମୟରେ ସେ ଓଡ଼ିଶା ଭବନରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ ।

ସେହିପରି ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ଓ ଅଗଷ୍ଟରେ ଉପରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିଜେପିର ଶୀର୍ଷ ନେତାଙ୍କ ସହ ଅଣଆନୁଷ୍ଠାନିକ ବିଚାରବିମର୍ଶ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

Share

Leave a Reply

Your email address will not be published. Required fields are marked *

sixteen − six =