ପଟ୍ଟାଙ୍ଗୀ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୫ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅଞ୍ଚଳରେ ଚୂନମାଟି ଅତଡା ଖସି ୩ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ରେଙ୍ଗା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଆଜି ୭ ଜଣ ମହିଳା ଘର ଲିପିବା ପାଇଁ ମାଟି ଆଣିବାକୁ ଯାଇଥିଲେ। ଏହି ସମୟରେ ଚୂନମାଟି ଅତଡ଼ା ଖସିପଡ଼ିଥିଲା। ଏହି ଚୂନମାଟି ଅତଡ଼ା ମହିଳାଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣ ମହିଳା ଚାପି ହୋଇଥିଲେ। ଅନ୍ୟ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ପଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Share

Leave a Reply

Your email address will not be published. Required fields are marked *

5 × two =