ବାତ୍ୟା ‘ୟାସ୍ ‘ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ ୟାସ୍ ‘ର ତାଣ୍ଡବ ପରେ ସାରା ଉତ୍ତର ଓଡ଼ିଶା ଜଳମଗ୍ନ ହୋଇ ରହିଛି ।ତେବେ ଏନେଇ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଇଜ ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜି ଦିନ ସାଢେ ୧୨ଟା ସମୟରେ ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିଏଲ ଭ୍ୟୁ କରିବେ ମୁଖ୍ୟମନ୍ତ୍ରୀ ।

ବାତ୍ୟା ୟାସ୍ ତାଣ୍ଡବ ରଚିଥିବା ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ପର୍ଯ୍ୟନ୍ତ ଅନୁଧ୍ୟାନ କରିବେ । ଏନେଇ ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର । ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ । 

Share

Leave a Reply

Your email address will not be published. Required fields are marked *

1 − 1 =