ଶିଶୁ ଓ ମହିଳା ସୁରକ୍ଷା ପାଇଁ ସ୍ୱତନ୍ତ୍ର ଶାଖା

ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ | ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ୱତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ୱତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଞ୍ଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର ୬୦ଟି ପଦବୀ ସହିତ ପୋଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର୍ ଫୋରେନସିକ୍ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି । ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ଵରେ ଏହି ଶାଖା ପରିଚାଳିତ ହେବ । ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ମନ୍ତ୍ରୀଙ୍କ କର୍ମଚାରୀ ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି ।

Share

Leave a Reply

Your email address will not be published. Required fields are marked *

two × four =