ଦୁଗ୍ଧ ଚାଷୀଙ୍କ ଲାଗି ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା

ଭୁବନେଶ୍ୱର: ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର‌୍ୟ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ।
ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବର ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବା ବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍ଡାଉନ ଏବଂ ସଟ୍ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର‌୍ୟ୍ୟ ଜାରି ରଖିଛନ୍ତି । ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

16 − eleven =