କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ମଞ୍ଜୁର

ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ତେବେ ସିଲଭର ସିଟିରେ ବଢୁଥିବା ସଂକ୍ରମଣକୁ ନଜରରେ ରଖି କିଛି ଏହିଭଳି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଯେପରି କଟକରେ କୋଭିଡ ମୁକାବିଲା ସଠିକ ଭାବେ କରାଯିବ, ବେଡ ଠାରୁ ଆରମ୍ଭ କରି କୋଭିଡ ପରିଚାଳନାର ସମସ୍ତ ମୌଳିକ ସୁବିଧା ରହିପାରିବ । ସେନେଇ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ମହାନଗର ନିଗମରେ ବଢୁଥିବା ସଂକ୍ରମଣକୁ ଦେଖି ମଧ୍ୟ ୧୦ କୋଟି ଟଙ୍କା ମଞ୍ଜୁର କରିଥିଲେ । ଯେଉଁଥିରେ ସହରର କୋଭିଡ୍ ପରିଚାଳନା ସୁରୁଖୁରୁରେ ହେବ ବୋଲି କୁହାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

four × one =